ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 'ଅକୱାନ': ୨୦ ତାରିଖରେ ଆନ୍ଧ୍ର ଉପକୂଳରେ କରିବ ଲ୍ୟାଣ୍ଡଫଲ୍
ଖବର ଓଡ଼ିଶା ବ୍ଯୂର: ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଭୀଷଣ ବାତ୍ୟାର ରୂପ ନେବାକୁ ଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବାତ୍ୟା 'ଅକୱାନ' ଆସନ୍ତା ୨୦ ନଭେମ୍ବର ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶର ନେଲୋର ଏବଂ ଟୁନି ମଧ୍ୟରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।
