୨୨ରେ ଆସିବ ସୁଭଦ୍ରା ଟଙ୍କା , ନୂଆ ହିତାଧିକାରୀଙ୍କୁ ମିଳିବ
ଖବର ଓଡ଼ିଶା ବ୍ଯୂର: ଭୁବନେଶ୍ବର ୧୮।୧: ଆସନ୍ତା ୨୨ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ୧୮ ତାରିଖ ପରିବର୍ତ୍ତେ ୨୨ ତାରିଖରେ ମିଳିବା ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ, ୧୮ ତାରିଖ ଭିତରେ ସୁଭଦ୍ରା ଟଙ୍କା ମିଳିବ ବୋଲି ଘୋଷଣା କରିଥିଲେ ଉପ ମୁଖ୍ୟମନ୍ତ୍ରୀ । ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ଘୋଷଣା କରିଥିଲେ ଉପ ମୁଖ୍ୟମନ୍ତ୍ରୀ । ଏଥିରେ ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧିକାରୀ ସାମିଲ ହୋଇଥିବା ବେଳେ ପ୍ରଥମ ଓ ଦ୍ବିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ହିତାଧିକାରୀ ବି ପାଇବେ ଟଙ୍କା । ଏହି ହିତାଧିକାରୀମାନେ ଏକାବେଳେ ଦୁଇଟି କିସ୍ତିର ୧୦ ହଜାର ଟଙ୍କା ପାଇବେ ।


