ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳ ଘଟଣା : ଏମ୍ସ ହସ୍ପିଟାଲ ପ୍ରବେଶ ସ୍ଥାନରୁ ଦୂରରେ ରହିବାକୁ ନିର୍ଦ୍ଦେଶ
ଖବର ଓଡିଶା : ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳର ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇଦେବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ଗୁରୁତର ନାବାଳିକାଙ୍କ ଦେହ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଛି। ତାଙ୍କର ଏବେ ଏମ୍ସର ବର୍ଣ୍ଣ ୱାର୍ଡରେ ଚିକିତ୍ସା ଜାରି ରହିଛି। ହସ୍ପିଟାଲରେ ଅନେକ ରୋଗୀ ଥିବାରୁ ସାଧାରଣ ଲୋକଙ୍କ ଏକତ୍ରିତ ହେବା ଏବଂ ଶବ୍ଦ ସୃଷ୍ଟି କରିବା ଅନୁଚିତ। ଏହା ରୋଗୀଙ୍କ ସେବାରେ ବାଧା ସୃଷ୍ଟି କରିବ ଏବଂ ସଂକ୍ରମଣ ହାର ବୃଦ୍ଧି କରିବ। ତେଣୁ, ହସ୍ପିଟାଲ ପ୍ରବେଶ ସ୍ଥାନରୁ ଦୂରରେ ରହିବାକୁ ଏବଂ ହସ୍ପିଟାଲ ଲବି ଭିତରେ ଏକାଠି ନ ହେବାକୁ ଅନୁରୋଧ କରାଯାଉଛି। ଏଥି ସହିତ ଏମ୍ସ ତରଫରୁ ବର୍ଣ୍ଣ ୱାର୍ଡ ବାହାରେ ଏହି ନୋଟିସ୍ ଲଗାଯାଇଛି।


