ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର
ଖବର ଓଡ଼ିଶା ବ୍ଯୂର:ଭୁବନେଶ୍ବର: ଆଇଏଏସ୍ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଅନୁପମ ସାହାଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଦାୟିତ୍ବ ପ୍ରଦାନ କରାଯାଇଥିବା ବେଳେ ଅରିନ୍ଦମ ଡାକୁଆ କଟକର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ସମର୍ଥ ବର୍ମାଙ୍କୁ ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି।
ସେହିପରି ବିନୀତ ଭରଦ୍ୱାଜଙ୍କୁ ପଞ୍ଚାୟତିରାଜ ନିର୍ଦ୍ଦେଶକ ଦାୟିତ୍ବ ଦିଆଯାଇଛି। ପାରୁଲ ପଟାୱାରିଙ୍କୁ OSEPAର ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ବ ଦିଆଯାଇଥିବା ବେଳେ ଶୁଭଙ୍କର ମହାପାତ୍ରଙ୍କୁ ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି।


