ଆମ୍ବ ଟାକୁଆ ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ନବୀନ
ଖବର ଓଡ଼ିଶା ବ୍ଯୂର:
ଭୁବନେଶ୍ବର: ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁବରଣ ପ୍ରସଙ୍ଗ ଉଠାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଟାର୍ଗେଟ କରିଛନ୍ତି। ନବୀନ କହିଛନ୍ତି ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରି ଦେଲେ।
ଆମ ସରକାର ଆରମ୍ଭ କରିଥିବା ବିକାଶ ମୂଳକ ଯୋଜନା ଲୋକଙ୍କୁ ବଞ୍ଚିବାକୁ ଶକ୍ତି ଦେଇଥିଲା। ଏବେ ବିନା କାରଣରେ ଗରିବ ଆଦିବାସୀ ଭାଇଭଉଣୀଙ୍କ ଚାଉଳକୁ ନୂଆ ସରକାର ବନ୍ଦ କରିଛନ୍ତି। ସେମାନେ ଆମ୍ବ ଟାକୁଆ ଖାଉଛନ୍ତି। ଏହା ବହୁତ ଦୁଃଖର କଥା। ଦୁଇଜଣ ମୃତ୍ୟୁବରଣ କରିଛନ୍ତି। ଅନ୍ୟମାନେ ଚିକିତ୍ସିତ ହେଉଛନ୍ତି।
ଆନନ୍ଦର କଥା ଅକ୍ଟୋବରରୁ ଆରମ୍ଭ ହୋଇଥିବା ବିଜେଡିର ମେମ୍ବର ସିପ ଡ୍ରାଇଭ ଭଲରେ ଚାଲିଛି। ବହୁତ ଲୋକ ବିଜେଡିରେ ସାମିଲ ହେଉଛନ୍ତି। ସମସ୍ତଙ୍କୁ ମୁଁ ଦଳକୁ ସ୍ୱାଗତ କରୁଛି।
ଯୁବ ଛାତ୍ରମାନେ ମୋ ଦଳର ଭବିଷ୍ୟତ। ଆପଣମାନେ ସୋସିଆଲ ମିଡ଼ିଆରେ ଆକ୍ଟିଭ ରୁହନ୍ତୁ। ବିରୋଧୀଙ୍କ ଅପ ପ୍ରଚାରର କଡା ଜବାବ ଦିଅନ୍ତୁ ବୋଲି ନବୀନ କହିଛନ୍ତି।


