ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

odisha weather imd

Aug 13, 2025 - 15:35
 2
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ।ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର ।୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ ରେ ପରିଣତ ହେବ।୪୮ ଘଣ୍ଟାରେ ଉତ୍ତର ଆନ୍ଧ୍ର ଉପକୂଳ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସହ ଏହି ଲଘୁଚାପ ପ୍ରଭାବରେ ୧୫ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା।

୧୩ ଠାରୁ ୧୫ ତାରିଖ ଯାଏଁ ମାଲକାନଗିରି ଓ କୋରାପୁଟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଣୁ ଏହି ଦୁଇ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥି ସହ ଗଂଜାମ ,ଗଜପତି, ରାୟଗଡ଼ା,କନ୍ଧମାଳ,ନୟାଗଡ଼,ନୂଆପଡ଼ା,ବଲାଙ୍ଗୀର , କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ପରବର୍ତ୍ତୀ ୨ ଦିନ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ହେବ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତରପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା ଉପକୂଳସ୍ଥ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଥିବାରୁ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି।