ରାୟଗଡ଼ା ଜିଲ୍ଲାରେ ଅଜଣା ଜନ୍ତୁ ଆକ୍ରମଣରେ ୩୦ ଛେଳି ମୃତ
ରାୟଗଡ଼ା: ରାୟଗଡା ଜିଲ୍ଲା ଗୁଡାରି ବନାଞ୍ଚଳ ଗଞ୍ଜୁଗୁଡାରେ ମାତିଛି ଅଜଣା ଜନ୍ତୁ । ଅଜଣା ଜନ୍ତୁ ଆକ୍ରମଣରେ ୩୦ ଛେଳି ମରିଥିବା ସୂଚନା ମିଳିଛି । ଛେଳିଗୁଡିକୁ ଚରାଇବାକୁ ନେଇ ବର୍ଷା ଯୋଗୁଁ ନିଜ ସହିତ ଫେରାଇ ଆଣିନପାରି ଏକ ସ୍ଥାନରେ ଛାଡି ଆସିଥିଲେ । ଅଜଣା ଜନ୍ତୁ ଆକ୍ରମଣରେ ଛେଳିଗୁଡିକ ମୃତ୍ୟ ଘଟିଥିବା ନେଇ ବନ ବିଭାଗ ସଂନ୍ଦେହ କରୁଥିବା ବେଳେ ସ୍ଥାନିୟ ସରପଞ୍ଚ ମମତା ମାଝି ବାଘ ଆକ୍ରମଣ କରିଥିବା ଅନୁମାନ କରୁଥିବା କହିଛନ୍ତି । ଏହି ଅଞ୍ଚଳରେ କଲରାପତରିଆ ବାଘ ବୁଲୁଛି ବୋଲି ଗ୍ରାମବାସୀଙ୍କ ପକ୍ଷରୁ ଜଣାପଡିଛି । ଘଟଣା ସ୍ଥଳରେ ବନ ବିଭାଗ ଅଧିକାରି ମାନେ ପହଞ୍ଚି ତଦନ୍ତ କରି ଫେରିଛନ୍ତି । ବାଘ ନା ଅନ୍ୟ କୈାଣସି ଜନ୍ତୁ ଆକ୍ରମଣରେ ଛେଳି ମୃତ୍ୟୁ ଘଟିଛି, ସେ ନେଇ ଜାଣିବା ପାଇଁ ବନ ବିଭାଗ ସିସି କ୍ୟାମେରା ଲଗାଇ ଅନୁଧ୍ୟାନ କରୁଥିବା କହିଛନ୍ତି ଗୁଡାରି ରେଞ୍ଜର ଫରେଷ୍ଟର ନରସିଂହ ଶତପଥ କହିଛନ୍ତି । ତେବେ ପୂର୍ବରୁ ନିଆଳିରେ ଅଜଣା ଜନ୍ତୁ ସାରା ଓଡ଼ିଶାରେ ଚର୍ଚ୍ଚାର ବିଷୟ ପାଲଟିଥିଲା । ନିଆଳିରେ ମେଣ୍ଡା ମଡ଼କ ସାରା ଓଡ଼ିଶାରେ ଖବରର ଶିରୋନାମା ପାଲଟିଥିଲା । ମାତ୍ର ଏହା କେଉଁ କାରଣରୁ ହେଉ ଥିଲା, ଅଜଣା ଜନ୍ତୁ ନାଁ କ’ଣ ତାହା ସ୍ପଷ୍ଟ ହୋଇପାରିନଥିଲା । ଆଉ ଏବେ ରାୟଗଡ଼ାରେ ଛେଳିଙ୍କ ମୃତ୍ୟୁ ସ୍ଥାନୀୟ ଅଂଚଳରେ ଭୟର ବାତାବରଣ ସୃଷ୍ଟି କରିଛି ।


